ବିଜେପିର ସକ୍ରିୟ ସଦସ୍ୟ ସମ୍ମିଳନୀ : Ommtv

ଚନ୍ଦ୍ରଶେଖରପୁର, ୧୯/୪ (KV ): ଭାରତୀୟ ଜନତା ପାର୍ଟି ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀର ସକ୍ରିୟ ସଦସ୍ୟ ସମ୍ମିଳନୀ ଚନ୍ଦ୍ରଶେଖରପୁର ସ୍ଥିତ ଲୁମ୍ବିନୀ ବିହାର ଅନ୍ତର୍ଗତ ଏକ ଘରୋଇ ହୋଟେଲ ପରିସରରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀରେ ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପ୍ରାୟ ତିନି ସହରୁ ଉର୍ଦ୍ଧ ସକ୍ରିୟ ସଦସ୍ୟ ଯୋଗ ଦେଇଥିଲେ। ପୂର୍ବତନ ବିଧାୟକ ତଥା ଉତ୍ତର ନିର୍ବାଚନ ମଣ୍ଡଳୀର ବରିଷ୍ଠ ନେତା ପ୍ରିୟଦର୍ଶୀ ମିଶ୍ର ଯୋଗଦେଇ ତାଙ୍କ ବକ୍ତବ୍ୟରେ ଉତ୍ତର ନିର୍ବାଚନ ମଣ୍ଡଳୀର ଦଳୀୟ ସଂଗଠକୁ ବୁଥ ସ୍ତରରୁ ମଣ୍ଡଳ ପର୍ଯ୍ୟନ୍ତ କିପରି ଆହୁରି ସୁଦୃଢ କରାଯାଇପାରିବ ଏବଂ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ତରଫରୁ ନିଆଯାଉଥିବା ବିଭିନ୍ନ ନୂତନ ସରକାରୀ ଯୋଜନାର ସଫଳ ରୂପାୟନ ଓ ଜନ ସଚେତନତା ଏବଂ ସାଧାରଣ ଲୋକଙ୍କର ନିକଟତର ହୋଇ କାର୍ଯ୍ୟ କରିବା ସମ୍ପର୍କରେ ମତ ରଖିଥିଲେ। ମୁଖ୍ୟ ଅତିଥିଭାବେ ପାର୍ଟିର ରାଜ୍ୟ ସାଧାରଣ ସମ୍ପାଦକ ସାରଦା ପ୍ରସାଦ ଶତପଥୀ ଏବଂ ଅନ୍ୟତମ ଅତିଥିଭାବେ ଭୁବନେଶ୍ୱର ସାଂଗଠନିକ ଜିଲ୍ଲା ସଭାପତି ନିରଞ୍ଜନ ମିଶ୍ର ଓ ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀର ବରିଷ୍ଠ ନେତା ଜଗନ୍ନାଥ ପ୍ରଧାନ ପ୍ରମୁଖ ଯୋଗଦେଇ ଦଳୀୟ ସଂଗଠନକୁ ଆହୁରି ମଜଭୁତ କରିବା ଏବଂ ପରସ୍ପର ମଧ୍ୟରେ ସୁସମ୍ପର୍କ ରଖି ଦଳୀୟ କାର୍ଯ୍ୟ କରିବା ନିମନ୍ତେ ପରାମର୍ଶ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଉତ୍ତର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସମସ୍ତ ମଣ୍ଡଳ ସଭାପତିଙ୍କ ସମେତ ବହୁ ବରିଷ୍ଠ କାର୍ଯ୍ୟକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ।