କିଟ୍‍ ଓ କିସରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : Ommtv

କିଟ୍‍ ଓ କିସରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

କିଟ୍‍ ଓ କିସରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : Ommtv

କିଟ୍‍ ଓ କିସରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : Ommtv
ଭୁବନେଶ୍ୱର, ୨ ।୧୦: କିଟ୍‍ ଓ କିସରେ ସୋମବାର ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍‍ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ମହାତ୍ମା ଗାନ୍ଧୀଙ୍କ ୧୫୪ତମ ଜୟନ୍ତୀ ପାଳନ ଅବସରରେ କିସ୍‍ ପରିସରରେ ଥିବା ଗାନ୍ଧୀଜୀଙ୍କ ପ୍ରତିମୂର୍ତ୍ତିରେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ଏହି ଅବସରରେ ଶ୍ରୀ ସାମନ୍ତ ଛାତ୍ରଛାତ୍ରୀଙ୍କୁ ଉଦ୍‍ବୋଧନ ଦେଇ କହିଲେ, ସମାଜର ଦଳିତ ଅବହେଳିତ ଓ ଜନଜାତି ବର୍ଗର ଲୋକଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ୍‍ କରିବା ପାଇଁ ମହାତ୍ମା ଗାନ୍ଧୀଙ୍କ ଯେଉଁ ସ୍ୱପ୍ନ ଥିଲା ତାହା କିସ୍‍ ଜରିଆରେ ପ୍ରତିଫଳିତ ହୋଇପାରିଛି । କିସ୍‍ ଛାତ୍ରଛାତ୍ରୀଙ୍କ ଦ୍ୱାରା ରାମଧୂନ ପରିବେଷଣ କରାଯାଇଥିଲା । ଶେଷରେ ଛାତ୍ରଛାତ୍ରୀଙ୍କୁ ଶ୍ରୀ ସାମନ୍ତ ମିଷ୍ଟାନ୍ନ ବଣ୍ଟନ କରିଥିଲେ । ସୂଚନା ଯୋଗ୍ୟ, ଗାନ୍ଧୀ ଜୟନ୍ତୀ ପରିପ୍ରେକ୍ଷୀରେ ଚାଲିଥିବା ‘ସ୍ୱଚ୍ଛତା ହିଁ ସେବା’ ଅଭିଯାନ ଅବସରରେ ଗତକାଲି ଓ ଆଜି ଦୁଇ ଦିନ ଧରି କିଟ୍‍ ଶିକ୍ଷାନୁଷ୍ଠାନ ସମୂହ ଓ କିସରେ ସ୍ୱଚ୍ଛତା ଅଭିଯାନରେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ସମେତ ଅନୁଷ୍ଠାନର ଛାତ୍ରଛାତ୍ରୀ, କୁଳପତି, ଉପକୁଳପତି, କୁଳସଚିବ, କିମ୍‍ସର ଡାକ୍ତର ପ୍ରମୁଖଙ୍କ ସମେତ ସମସ୍ତ କର୍ମଚାରୀ ସାମିଲ୍‍ ହୋଇଥିଲେ । ଆଜି ସକାଳେ ସ୍ୱଚ୍ଛତା ସମ୍ପର୍କରେ ଶ୍ରୀ ସାମନ୍ତ ଛାତ୍ରଛାତ୍ରୀଙ୍କୁ ଉଦ୍‍ବୋଧନ ଦେବା ପରେ କିଟ୍‍ ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସଫେଇ କାର୍ଯ୍ୟ କରାଯାଇଥିଲା ।