ଶିମିଳିପାଳକୁ ଜାତୀୟ ଉଦ୍ୟାନ ମାନ୍ୟତା, ସଫଳ ହେଲା ୪୫ ବର୍ଷର ପ୍ରୟାସ : Ommtv
ଶିମିଳିପାଳକୁ ଜାତୀୟ ଉଦ୍ୟାନ ମାନ୍ୟତା, ସଫଳ ହେଲା ୪୫ ବର୍ଷର ପ୍ରୟାସ : Ommtv
ଶିମିଳିପାଳକୁ ଜାତୀୟ ଉଦ୍ୟାନ ମାନ୍ୟତା, ସଫଳ ହେଲା ୪୫ ବର୍ଷର ପ୍ରୟାସ : Ommtv

ଭିତର କନିକା ପରେ ଶିମିଳିପାଳକୁ ଜାତୀୟ ଉଦ୍ୟାନ ମାନ୍ୟତା । ରାଜ୍ୟ ସରକାର ନେଇଛନ୍ତି ଏହି ଐତିହାସିକ ନିଷ୍ପତ୍ତି । ମୟୂରଭଞ୍ଜର ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପକୁ ଜାତୀୟ ଉଦ୍ୟାନ ଭାବେ ଘୋଷଣା କରିଛନ୍ତି । ଦୀର୍ଘ ୪୫ ବର୍ଷ ପରେ ପୂରଣ ହୋଇଛି ଦାବି । ୧୯୮୦ ମସିହାରେ ଶିମିଳିପାଳକୁ ଜାତୀୟ ଉଦ୍ୟାନ ମାନ୍ୟତା ପ୍ରଦାନ ନେଇ ପ୍ରସ୍ତାବ ରଖାଯାଇଥିଲା ।
ଶିମିଳିପାଳକୁ ଜାତୀୟ ଉଦ୍ୟାନ ମାନ୍ୟତା ଓଡ଼ିଶାର ସଂରକ୍ଷଣରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ହୋଇ ରହିବ ବୋଲି କହିଛନ୍ତି, ପିସିସିଏଫ ପ୍ରେମ କୁମାର ଝା । ସେ କହିଛନ୍ତି ଯଏ " ଆମ ଶିମିଳିପାଳ ଯୋଜନା ପାଇଁ ଚଳିତ ବର୍ଷ ୨୦୨୫ ବଜେଟରେ ୫୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ଶିମିଳିପାଳ ଆମ ରାଜ୍ୟର ଗର୍ବ ଓ ଗୌରବ। କେବଳ ଆମ ରାଜ୍ୟ ନୁହେଁ, ଏପରି କି ସମଗ୍ର ଭାରତରେ ଶିମିଳିପାଳ ଏକ ଅନନ୍ୟ ଜୈବବିବିଧତା ସୁନାମ ଆଣି ଦେଇଛି । ୧୯୮୦ ମସିହାରେ ଆରମ୍ଭ ହୋଇଥିବା ଏହି ଦୀର୍ଘକାଳୀନ ପ୍ରସ୍ତାବ ଏବେ ସାକାର ହୋଇଛି। ଏହା ଓଡ଼ିଶାରେ ସଂରକ୍ଷଣ ପାଇଁ ଏକ ବଡ଼ ପଦକ୍ଷେପ ।"
ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂଖୁଣ୍ଟିଆ ଏହି ପ୍ରକ୍ରିୟାକୁ ତ୍ବରାନ୍ବିତ କରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ଶିମିିଳିପାଳକୁ ଜାତୀୟ ଉଦ୍ୟାନ ମାନ୍ୟତା ନେଇ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି ।
ମୟୁରଭଞ୍ଜ ଯଶିପୁର ରୁ ନିହାର ରଞ୍ଜନ ମହାନ୍ତ କଳିଙ୍ଗ ବିକାଶ
