OMM TV ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଆସନ୍ତାକାଲି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି : Ommtv
ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଅପ୍ରେଲ ୨୧ରୁ ଅନ୍ୟାଦେଶ ପର୍ଯ୍ୟନ୍ତ ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ସବୁ ସ୍କୁଲ ବନ୍ଦ ରହିବ
ଏହି ନିର୍ଦ୍ଦେଶ ଅନୁଯାୟୀ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ, ବେସରକାରୀ ସ୍କୁଲ ଓ ଅଙ୍ଗନବାଡୀ କେନ୍ଦ୍ର ବନ୍ଦ ରହିବ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍ବତନ୍ତ୍ର ବିଜ୍ଞପ୍ତି ପ୍ରକାଶ ପାଇବା ପରେ ହିଁ ସ୍କୁଲ ଗୁଡିକ ଖୋଲାଯିବ। ସୂଚନାଯୋଗ୍ୟ ଯେ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଦିନ ତାପମାତ୍ରାରେ ଅତ୍ୟାଧିକ ବୃଦ୍ଧି ଯୋଗୁ ସାଧାରଣ ଜୀବନଯାପନ ବାଧାପ୍ରାପ୍ତ ହେଉଛି। ରାଜ୍ୟର କେତେକ ସହରର ତାପମାତ୍ରା ଦେଶର ସର୍ବାଧିକ ତାପମାତ୍ରା ରହୁଥିବା ସହରମାନଙ୍କ ତାଲିକାରେ ରହୁଛି । ତେଣୁ ପିଲାମାନଙ୍କ ସ୍ବାସ୍ଥ୍ୟକୁ ସର୍ବାଧିକ ଗୁରୁତ୍ବ ଦେଇ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି ।
#Odisha #school #summervacation #Ommtv #Omtv #Kalingacinearts #NBPC