ଶ୍ରୀବାଣୀକ୍ଷେତ୍ରକୁ ବାହୁଡ଼ିଲେ ମହାପ୍ରଭୁ: Ommtv Kalinga Vikas

ଶ୍ରୀବାଣୀକ୍ଷେତ୍ରକୁ ବାହୁଡ଼ିଲେ ମହାପ୍ରଭୁ: Ommtv Kalinga Vikas

ଶ୍ରୀବାଣୀକ୍ଷେତ୍ରକୁ ବାହୁଡ଼ିଲେ ମହାପ୍ରଭୁ: Ommtv Kalinga Vikas

ଶ୍ରୀବାଣୀକ୍ଷେତ୍ରକୁ ବାହୁଡ଼ିଲେ ମହାପ୍ରଭୁ: Ommtv Kalinga Vikas

ଭୁବନେଶ୍ୱର, ୫ ।୭: ଦୀର୍ଘ ନବଦିନ ଯାତ୍ରା ସାରି ମହାପ୍ରଭୁ ଜଗନ୍ନାଥ, ବଳଭଦ୍ର ଓ ମାଆ ସୁଭଦ୍ରା ଆଜି ବାହୁଡ଼ାରେ ଶ୍ରୀବାଣୀକ୍ଷେତ୍ରକୁ ବାହୁଡ଼ିଛନ୍ତି । ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ଆଡ଼ମ୍ବରପୂର୍ଣ୍ଣ ଭାବେ ଶେଷ ହୋଇଛି । ପୂର୍ବାହ୍ନରେ ମଙ୍ଗଳ ଆରତୀ, ମଇଲମ, ତଡ଼ପଲାଗି, ରୋଷ ହୋମ, ଅବକାଶ, ସୂର୍ଯ୍ୟପୂଜା, ରଥପୂଜା ଓ ପହଣ୍ଡି ଆଦି ନୀତିକାନ୍ତି ସଂପନ୍ନ ହେବା ପରେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଦ୍ୱାରା ଅପରାହ୍ନ ୩ଟାରେ ଛେରାପହଁରା କାର୍ଯ୍ୟ ସଂପାଦିତ ହୋଇଥିଲା । ଅପରାହ୍ନ ୪ଟାରେ ଭକ୍ତମାନେ ମହାପ୍ରଭୁ ବଳଭଦ୍ର, ମାଆ ସୁଭଦ୍ରା ଓ ଜଗନ୍ନାଥଙ୍କ ରଥକୁ ଟାଣିଥିଲେ । ଶ୍ରୀବାଣୀକ୍ଷେତ୍ରର ରଥଯାତ୍ରାର ଏକ ବିଶେଷତ୍ୱ ହେଉଛି ଏଠାରେ ମାଆ ସୁଭଦ୍ରାଙ୍କ ରଥକୁ ମହିଳାମାନେ ଟାଣିଥାନ୍ତି । ତିନି ରଥଙ୍କୁ ଗୁଣ୍ଡିଚା ମନ୍ଦିରରୁ ଶ୍ରୀବାଣୀକ୍ଷେତ୍ର ପର୍ଯ୍ୟନ୍ତ ଟଣାଯାଇଥିଲା । ବାହୁଡ଼ା ଯାତ୍ରା ଦେଖିବା ଲାଗି ସ୍ଥାନୀୟ ଅଞ୍ଚଳରୁ ପ୍ରାୟ ୪୦ହଜାରରୁ ଊର୍ଦ୍ଧ୍ୱ ଭକ୍ତ ସମାଗମ ହୋଇ ସୁସଜ୍ଜିତ ନନ୍ଦିଘୋଷ, ତାଳଧ୍ୱଜ ଓ ଦେବଦଳନ ରଥକୁ ଟାଣିବା ସହ ଦୈବୀକୃପା ଲାଭ କରିଥିଲେ। ଘଣ୍ଟଘଣ୍ଟା, ମର୍ଦ୍ଦଳ ଧ୍ୱନୀ ଓ ହୁଳହୁଳିରେ ରଥଦାଣ୍ଡ କମ୍ପିଥିଲା । ଆସନ୍ତା କାଲି ଶ୍ରୀଜୀଉମାନଙ୍କ ସୁନାବେଶ ଅନୁଷ୍ଠିତ ହେବ । ଭକ୍ତମାନେ ଯେପରି ସୁଚାରୁ ରୂପେ ମହାପ୍ରଭୁଙ୍କ ସୁନାବେଶ ଦର୍ଶନ କରିପାରିବେ ସେଥିପାଇଁ କିଟ୍‍ ମନ୍ଦିର ଟ୍ରଷ୍ଟ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। 

The Lord returns to the field of worship.

Bhubaneswar , May 7: After completing a long nine-day journey, Lord Jagannath , Balabhadra and Mother Subhadra returned to Sribani Kshetra today in Bahuda. The Bahuda Yatra of Lord Jagannath ended in a grand manner. In the morning, after the rituals like Mangala Aarti, Mailam , Tadpalagi , Rosha Homa , Abakasha , Surya Puja , Rath Puja and Pahandi were performed , the procession was carried out by Kit and Kis founder Achyuta Samanta at 3 pm. At 4 pm, the devotees pulled the chariots of Lord Balabhadra, Mother Subhadra and Jagannath. A special feature of the Rath Yatra of Sribani Kshetra is that women pull the chariot of Mother Subhadra here. The three chariots were pulled from Gundicha temple to Sribani Kshetra. More than 40,000 devotees from the local area gathered to watch the Bahuda Yatra and pulled the beautifully decorated Nandighosha, Taladhwaja and Devdalana chariots and sought divine blessings. The chariots shook with the sound of bells, drums and clatter. The Suna Besha of Shrijiu will be held tomorrow. The Kit Temple Trust has made extensive arrangements so that the devotees can have a smooth Suna Besha Darshan of Mahaprabhu.