ଓଡ଼ିଶାରେ ବଢୁଛି ମହିଳା ବିରୋଧୀ ଅପରାଧ : ଓମଟିଭି ମଧୁର ବାଣୀ : ବିଦ୍ୟାଧର ବାରିକ

ଦିନକୁ ୨୯ରୁ ଅଧିକ ମହିଳାଙ୍କ ସମ୍ମାନହାନି,୧୬ରୁ ଅଧିକ ମହିଳାଙ୍କୁ ଅପହରଣ ଓ ୭ରୁ ଅଧିକ ମହିଳା ହେଉଛନ୍ତି ଦୁଷ୍କର୍ମର ଶିକାର  - ୨୦୨୦ ମସିହା ତୁଳନାରେ ୨୦୨୧ ମସିହାରେ ରାଜ୍ୟରେ ମହିଳାଙ୍କ ବିରୁଦ୍ଧରେ ସବୁପ୍ରକାରର ହିଂସା ବୃଦ୍ଧି ପାଇଛି 

ଓଡ଼ିଶାରେ ବଢୁଛି ମହିଳା ବିରୋଧୀ ଅପରାଧ : ଓମଟିଭି ମଧୁର ବାଣୀ : ବିଦ୍ୟାଧର ବାରିକ

ଓଡ଼ିଶାରେ ବଢୁଛି ମହିଳା ବିରୋଧୀ ଅପରାଧ : ଓମଟିଭି
ଦିନକୁ ୨୯ରୁ ଅଧିକ ମହିଳାଙ୍କ ସମ୍ମାନହାନି,୧୬ରୁ ଅଧିକ ମହିଳାଙ୍କୁ ଅପହରଣ ଓ ୭ରୁ ଅଧିକ ମହିଳା ହେଉଛନ୍ତି ଦୁଷ୍କର୍ମର ଶିକାର 
- ୨୦୨୦ ମସିହା ତୁଳନାରେ ୨୦୨୧ ମସିହାରେ ରାଜ୍ୟରେ ମହିଳାଙ୍କ ବିରୁଦ୍ଧରେ ସବୁପ୍ରକାରର ହିଂସା ବୃଦ୍ଧି ପାଇଛି 
- ୨୦୨୨ ଜାନୁୟାରୀରୁ ଏପ୍ରିଲ ୩୦ତାରିଖ ମଧ୍ୟରେ ରାଜ୍ୟରେ ୧୯୮୩ଟି ଅପହରଣ ଓ ୮୬୮ଟି ଦୁଷ୍କର୍ମ ମାମଲା ପଞ୍ଜିକୃତ ହୋଇଛି
- ବିଧାନସଭାରେ ରାଜ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା ଲିଖିତ ଉତ୍ତର ଅନୁଯାୟୀ ୨୦୨୦ ମସିହାରେ ୨୯୮୪ଟି , ୨୦୨୧ରେ ୩୩୨୭ଟି ଓ ୨୦୨୨ ଏପ୍ରିଲ ୩୦ ତାରିଖ ମଧ୍ୟରେ ୮୬୮ଟି ଦୁଷ୍କର୍ମ ମାମଲା ପଞ୍ଜିକୃତ ହୋଇଛି
- ସେହିପରି୨୦୨୦ ମସିହାରେ ୭୯୩୭ଟି, ୨୦୨୧ରେ ୧୦୦୧୮ଟି ଓ ୨୦୨୨ ଏପ୍ରିଲ ୩୦ ମଧ୍ୟରେ ୩୫୩୪ଟି ମହିଳା ଅସଦାଚରଣ ମାମଲା ଥାନାରେ ପଞ୍ଜିକୃତ ହୋଇଛି 
- ମହିଳା ଅପହରଣ ମାମଲା ୨୦୨୦ ମସିହାରେ ୩୭୨୦ଟି, ୨୦୨୧ରେ ୫୧୭୫ଟି ଓ ୨୦୨୨ ଏପ୍ରିଲ ୩୦ ସୁଦ୍ଧା ୧୯୮୩ଟି ମାମଲା ପଞ୍ଜିକୃତ ହୋଇଛି
- ସେହିପରି ଘରୋଇ ହିଂସା ମାମଲା ୨୦୨୦ରେ ୩୧୫୩ଟି, ୨୦୨୧ରେ ୪୮୮୯ଟି, ୨୦୨୨ ଏପ୍ରିଲ ସୁଦ୍ଧା ୧୪୩୦ଟି ମାମଲା ପଞ୍ଜିକୃତ ହୋଇଛି 
- ସେହିପରି ଯୌତୁକ ନିର୍ଯାତନାରେ ୨୦୨୦ ମସିହାରେ ୩୭୫୯ଟି, ୨୦୨୧ରେ ୪୯୫୩ଟି ଓ ୨୦୨୨ ଏପ୍ରିଲ ୩୦ ତାରିଖ ସୁଦ୍ଧା ୧୪୪୨ଟି ମାମଲା ପଞ୍ଜିକୃତ ହୋଇଛି ଏହି ସବୁ ପରେ ମଧ୍ୟ ରାଜ୍ୟ ସରକାର ସାଧାରଣ ଲୋକଙ୍କୁ ଆଧ୍ୟାତ୍ମିକତା ଶିକ୍ଷା ଦେଇ ପାରୁ ନାହାଁନ୍ତି। ଲୋକଙ୍କ ମଧ୍ୟରେ ଯେତିକି ସାକାରାତ୍ମକ ଚିନ୍ତାଧାରା ବଢ଼ିବ । ସେତିକି ରାଜ୍ୟରେ ନାକରାତ୍ମକ ଅପରାଧ ସଂଖ୍ୟା କମିବ। ଏନେଇ ଟିକେ ଧ୍ୟାନ ଦେବାକୁ ମଧୁର ବାଣୀ ତରଫରୁ ଅନୁରୋଧ କରୁଛି ମୁଁ ବିଦ୍ୟାଧର ବାରିକ (ମଧୁ)।