କେନ୍ଦ୍ରମନ୍ତ୍ରୀଙ୍କ ଦୁଇଦିନିଆ ଓଡ଼ିଶା ଗସ୍ତ : ଓମଟିଭି

ଅନୁଗୋଳ ଓ ଖୋର୍ଦ୍ଧା ଜିଲ୍ଲାରେ ବିଭିନ୍ନ ପ୍ରକଳ୍ପର ଭୂମିପୂଜନ ଏବଂ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗଦେବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ • ଅନୁଗୋଳରେ ଦୁଇଟି କେନ୍ଦ୍ରୀୟ ବିଦ୍ୟାଳୟର ଶୁଭାରମ୍ଭ ସହ ନୂତନ ଗୃହ ନିର୍ମାଣ ପାଇଁ ଭୂମିପୂଜନ  • ଖୋର୍ଦ୍ଧାରେ ରେଳ ମନ୍ତ୍ରୀଙ୍କ ସହ ବିଭିନ୍ନ ରେଳ ପ୍ରକଳ୍ପର ଉଦଘାଟନ କାର୍ଯ୍ୟକ୍ରମ   • ଆସନ୍ତା ଶୁକ୍ରବାର ଦିନ ପୁରୀରେ ରଥଯାତ୍ରାରେ ଯୋଗଦେବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ  

କେନ୍ଦ୍ରମନ୍ତ୍ରୀଙ୍କ ଦୁଇଦିନିଆ ଓଡ଼ିଶା ଗସ୍ତ : ଓମଟିଭି

କେନ୍ଦ୍ରମନ୍ତ୍ରୀଙ୍କ ଦୁଇଦିନିଆ ଓଡ଼ିଶା ଗସ୍ତ : ଓମଟିଭି

ଅନୁଗୋଳ ଓ ଖୋର୍ଦ୍ଧା ଜିଲ୍ଲାରେ ବିଭିନ୍ନ ପ୍ରକଳ୍ପର ଭୂମିପୂଜନ ଏବଂ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗଦେବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

• ଅନୁଗୋଳରେ ଦୁଇଟି କେନ୍ଦ୍ରୀୟ ବିଦ୍ୟାଳୟର ଶୁଭାରମ୍ଭ ସହ ନୂତନ ଗୃହ ନିର୍ମାଣ ପାଇଁ ଭୂମିପୂଜନ 
• ଖୋର୍ଦ୍ଧାରେ ରେଳ ମନ୍ତ୍ରୀଙ୍କ ସହ ବିଭିନ୍ନ ରେଳ ପ୍ରକଳ୍ପର ଉଦଘାଟନ କାର୍ଯ୍ୟକ୍ରମ  
• ଆସନ୍ତା ଶୁକ୍ରବାର ଦିନ ପୁରୀରେ ରଥଯାତ୍ରାରେ ଯୋଗଦେବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ  

ଭୁବନେଶ୍ୱର,୨୯.୬.୨୨(ଓମ): କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଏହି ଗସ୍ତ କାଳରେ ଶ୍ରୀ ପ୍ରଧାନ ଅନୁଗୋଳ ଏବଂ ଖୋର୍ଦ୍ଧା ଜିଲ୍ଲା ଗସ୍ତ କରି ବିଭିନ୍ନ ଲୋକଭିମୁଖୀ କାର୍ଯ୍ୟକ୍ରମରେ ଯୋଗଦେବା ସହ ଶିକ୍ଷା ଓ ରେଳ ସହ ଜଡ଼ିତ ବିଭିନ୍ନ ପ୍ରକଳ୍ପର ଭୂମିପୂଜନ ଓ ଶୁଭାରମ୍ଭ କରିବେ । ଏହା ସହ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ରଥଯାତ୍ରା ଦିନ ଶ୍ରୀକ୍ଷେତ୍ର ପୁରୀରେ ରଥଯାତ୍ରାରେ ସାମିଲ ହେବାର  କାର୍ଯ୍ୟକ୍ରମ ରହିଛି ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଆସନ୍ତାକାଲି(ଗୁରୁବାର) ସକାଳେ ଭୁବନେଶ୍ୱରରେ ପହଞ୍ଚିବା ପରେ ଅନୁଗୋଳ ଜିଲ୍ଲା ତାଳଚେର ଗସ୍ତ କରିବେ ।  ଏମସିଏଲର ଦୁଇଟି କେନ୍ଦ୍ରୀୟ ବିଦ୍ୟାଳୟର ଶୁଭାରମ୍ଭ କରିବା ସହ ନୂତନ କେନ୍ଦ୍ରୀୟ ବିଦ୍ୟାଳୟର ସ୍ଥାୟୀ କ୍ୟାମ୍ପସ ନିର୍ମାଣ ପାଇଁ ଭୂମିପୂଜନ କରିବାର କାର୍ଯ୍ୟକ୍ରମ ରହିଛି । ଏହି କାର୍ଯ୍ୟକ୍ରମରେ କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଭିଡ଼ିଓ କନଫରେନ୍ସିଂରେ ଯୋଗଦେବେ ।  

ପରବର୍ତ୍ତୀ ପର୍ଯ୍ୟାୟରେ ଶ୍ରୀ ପ୍ରଧାନ ଖୋର୍ଦ୍ଧା ଜିଲ୍ଲା ଗସ୍ତରେ ଆସି ଖୋର୍ଦ୍ଧା ରୋଡ଼୍ ଷ୍ଟେସନ ଠାରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ବିଭିନ୍ନ ରେଳ ପ୍ରକଳ୍ପ କାର୍ଯ୍ୟକ୍ରମରେ ସାମିଲ ହେବେ । ରେଳ ମନ୍ତ୍ରୀ ଓ ଶିକ୍ଷା ମନ୍ତ୍ରୀ ମିଳିତ ଭାବରେ ଖୋର୍ଦ୍ଧା ରୋଡ଼୍ ଷ୍ଟେସନର ନୂତନ ବିଲଡିଂର ଲୋକାର୍ପଣ କରିବା ସହ ଭୁବନେଶ୍ୱର- ବେଙ୍ଗାଲୁରୁ ପ୍ରଶାନ୍ତି ଏକ୍ସପ୍ରେସର ଏଲଏଚବି ରେକ୍ ଓ ଭୁବନେଶ୍ୱର-ଆନନ୍ଦବିହାର ଦୁରୋନ୍ତ ଏକ୍ସପ୍ରେସର ଉଦଘାଟନ କରିବେ । ଏହାବ୍ୟତୀତ ସେହି ସ୍ଥାନରୁ ରହି ଉଭୟ ମନ୍ତ୍ରୀ ପଟିଆ ଓ ବାଣୀବିହାର ପିଏଚର ନୂଆ ବିଲ୍ଡିଂକୁ ଭିଡ଼ିଓ କନଫରେନ୍ସ ମାଧ୍ୟମରେ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି ।   

ସେହିପରି ଆସନ୍ତା ଜୁଲାଇ 1 ତାରିଖରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ପୁରୀରେ ସାମାଜିକ ସଂଗଠନ “ଆମେ ଓଡ଼ିଆ” ପକ୍ଷରୁ ଆୟୋଜିତ ସିଙ୍ଗଲ୍ ୟୁଜ୍ ପ୍ଲାଷ୍ଟିକ୍ ହ୍ରାସ କରିବା ପାଇଁ ଜନସଚେତନ ଅଭିଯାନରେ ସାମିଲ ହେବେ । ପୁରୀ ଶରଧାବାଲି ଠାରେ ଭାରତ ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ମୋଦି ସରକାରଙ୍କ 8 ବର୍ଷର ସେବା, ସୁଶାସନ ଓ ଗରିବ କଲ୍ୟାଣ ପୂର୍ତ୍ତି ଅବସରରେ ଅନୁଷ୍ଠିତ ଏକ ପ୍ରଦର୍ଶନକୁ ଉଦଘାଟନ କରିବେ । ତା’ ସହିତ ପୁରୀ ଭୋଳାନାଥ ବିଦ୍ୟାପୀଠ ନିକଟରେ ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟର ଅଧୀନ ଆଇସିଏଚଆର ଦ୍ୱାରା ‘ଆଜାଦୀ କା ଅମୃତ ମହୋତ୍ସବ’ ଉପରେ ଆୟୋଜିତ ଏକ ପ୍ରଦର୍ଶନୀକୁ ଉଦଘାଟନ କରିବେ । ବଡ଼ଶଙ୍ଖ ଶରଧା ମଣ୍ଡପ ଠାରେ ବିଶ୍ୱ କଲ୍ୟାଣ ଆଧ୍ୟାତ୍ମିକ ଚେତନା ସଂଘର ପ୍ରସାଦ ବିତରଣ କାର୍ଯ୍ୟକ୍ରମରେ ସାମିଲ ହେବା ପରେ ଶ୍ରୀ ପ୍ରଧାନ ରଥଯାତ୍ରାରେ ଯୋଡ଼ି ହେବାର କାର୍ଯ୍ୟକ୍ରମ ରହିଛି ।