ପାଇକ ସ୍ମାରକୀ ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍ : ଓମଟିଭି

ପାଇକ ବିଦ୍ରୋହକୁ ଦେଶ ସାମ୍ନାରେ ଉପସ୍ଥାପିତ କରିବା ପାଇଁ ପ୍ରଧାନମନ୍ତ୍ରୀ ନିଷ୍ଠାପର ଉଦ୍ୟମ କରୁଛନ୍ତି - ଧର୍ମେନ୍ଦ୍ର ପ୍ରଧାନ 

ପାଇକ ସ୍ମାରକୀ ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍ : ଓମଟିଭି

ପାଇକ ସ୍ମାରକୀ ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍ : ଓମଟିଭି

ପାଇକ ବିଦ୍ରୋହକୁ ଦେଶ ସାମ୍ନାରେ ଉପସ୍ଥାପିତ କରିବା ପାଇଁ ପ୍ରଧାନମନ୍ତ୍ରୀ ନିଷ୍ଠାପର ଉଦ୍ୟମ କରୁଛନ୍ତି - ଧର୍ମେନ୍ଦ୍ର ପ୍ରଧାନ 

• ପାଇକ ସ୍ମାରକୀ ପାଇଁ 9.685 ଏକର ପରିମିତ ଜମି ଯୋଗାଇ ଦେବା ପାଇଁ କ୍ୟାବିନେଟ ମଞ୍ଜୁରି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ 
• ଭାରତ ସରକାରଙ୍କ ସଂସ୍କୃତି ବିଭାଗ ଓ ଇଣ୍ଡିଆନ ଅଏଲ ଫାଉଣ୍ଡେସନ ସ୍ମାରକୀ ନିର୍ମାଣ ପାଇଁ ସହଯୋଗ ପ୍ରଦାନ କରୁଛନ୍ତି  
• 2017-18 ମସିହାରେ ତତ୍କାଳୀନ ଅର୍ଥମନ୍ତ୍ରୀ ସ୍ୱର୍ଗତ ଅରୁଣ ଜେଟଲୀ ପାଇକ ବିଦ୍ରୋହର 200 ବର୍ଷ ପୂର୍ତ୍ତି ପାଳନ ପାଇଁ କେନ୍ଦ୍ର ବଜେଟରେ ଅର୍ଥ ବରାଦ କରିଥିଲେ
• ଓଡ଼ିଆ ଜାତିର ଅଦମ୍ୟ ସାହସ, ବୀରତ୍ୱର ପ୍ରତୀକ ହୋଇ ପାଇକ ସ୍ମାରକୀ ସର୍ବଦା ଯୁବପିଢ଼ିଙ୍କୁ ପ୍ରେରଣା ଯୋଗାଇବ

ଭୁବନେଶ୍ୱର, ଜୁଲାଇ 19 – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାରଙ୍କ ତରଫରୁ ଇତିହାସର ଅତଳ ଗର୍ଭରୁ ଓଡ଼ିଶାର ବୀରତ୍ୱ ମହାନ ଗାଥା ପାଇକ ବିଦ୍ରୋହକୁ ଦେଶ ସାମ୍ନାରେ ଉପସ୍ଥାପିତ କରିବା ପାଇଁ ନିଷ୍ଠାପର ଉଦ୍ୟମ କରାଯାଉଛି ବୋଲି ଟ୍ୱିଟ୍ କରି କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ଯେ ବରୁଣେଇ ଠାରେ ଓଡ଼ିଶାର ବୀରତ୍ୱ, ସ୍ୱାଭିମାନ ଓ ସଂଗ୍ରାମର ପ୍ରତୀକ ପାଇକ ବିଦ୍ରୋହ ସ୍ମାରକୀ ନିର୍ମାଣ ପାଇଁ ଭାରତ ସରକାରଙ୍କ ସଂସ୍କୃତି ବିଭାଗ ଓ ଇଣ୍ଡିଆନ ଅଏଲ ଫାଉଣ୍ଡେସନ ସହଯୋଗ ପ୍ରଦାନ କରୁଛନ୍ତି । 2017-18 ମସିହାରେ ଭାରତର ତତ୍କାଳୀନ ଅର୍ଥମନ୍ତ୍ରୀ ସ୍ୱର୍ଗତ ଅରୁଣ ଜେଟଲୀ ପାଇକ ବିଦ୍ରୋହର 200 ବର୍ଷ ପୂର୍ତ୍ତି ପାଳନ ପାଇଁ କେନ୍ଦ୍ର ବଜେଟରେ ଅର୍ଥ ବରାଦ କରିବା ସହ ଓଡ଼ିଆ ଜାତିର ବୀରତ୍ୱକୁ ରାଷ୍ଟ୍ରୀୟ-ଅନ୍ତରାଷ୍ଟ୍ରୀୟ ସ୍ୱୀକୃତି ପ୍ରଦାନ କରିଥିଲେ ।ପାଇକ ସ୍ମାରକୀ ନିର୍ମାଣ ପାଇଁ ରାଜ୍ୟ ସରକାର 9.685 ଏକର ପରିମିତ ଜମି ଭାରତ ସରକାରଙ୍କ ସଂସ୍କୃତି ବିଭାଗକୁକ ପ୍ରଦାନ କରିବା ପାଇଁ କ୍ୟାବିନେଟ୍ ମଞ୍ଜୁରୀ ଦେଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଉଛି । ନିକଟରେ ମୁଁ ପାଇକ ବିଦ୍ରୋହ ସ୍ମାରକୀ ସ୍ଥଳ ପରିଦର୍ଶନ କରିବା ସହ ସ୍ଥାନୀୟ ପ୍ରଶାସନିକ ଅଧିକାରୀଙ୍କ ସାଙ୍ଗରେ ଆଲୋଚନା କରିଥିଲି । ଓଡ଼ିଆ ଜାତିର ଅଦମ୍ୟ ସାହସ, ବୀରତ୍ୱର ପ୍ରତୀକ ହୋଇ ପାଇକ ସ୍ମାରକୀ ସର୍ବଦା ଯୁବପିଢ଼ିଙ୍କୁ ପ୍ରେରଣା ଯୋଗାଇବ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ।